ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 62

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳ, ଗଜପତି, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୭୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୫୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୦୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୯୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୨୪୦୨୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.