ରାଜ୍ୟରେ ୧୭୯୩ କରୋନା ସଂକ୍ରମିତ ଚିହ୍ନଟ

0 78

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୭୮୮୭ରେ ପହଞ୍ଚିଛି । ଟ୍ବିଟ୍ ଯୋଗେ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୭ଜଣ , ବାଲେଶ୍ୱର ଜିଲ୍ଲାରୁ ୪୦ ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୬୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫୨ଜଣ, ଯାଜପୁର ଜିଲ୍ଲାରୁ ୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୫ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୮ଜଣ, କୋରାପୁଟ ଜିଲ୍ଲାରୁ ୩୪ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୪ଜଣଷ ନବରଙ୍ଗପୁର ଜିଲ୍ଲାରୁ ୬୫ଜଣଷ ନୟାଗଡ଼ ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୮୪ଜଣ, ପୁରୀ ଜିଲ୍ଲାରୁ ୮୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୯ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୭୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୫୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୦୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୨୪୦୨୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.