ରାଜ୍ୟରେ ଆଉ ୧୩ ଜଣଙ୍କ କରୋନାରେ ମୃତ୍ୟୁ

0 65

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୩ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୪ ଜଣ, ନୂଆପଡା ଜିଲାରୁ ୩ ଜଣ, ଝାରସୁଗୁଡା ଜିଲାରୁ ୨, କେନ୍ଦୁଝର ଜିଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୩ ଲକ୍ଷ ୮୫ ହଜାର ୨୫୯ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୨ ଲକ୍ଷ ୮୩ ହଜାର ୯୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୧୨୭୨ ଜଣଙ୍କର ମୃତ୍ୟୁ ହୋଇଛି, ସେହିପରି ୨ ଲକ୍ଷ ୬୬ ହଜାର ୧୦୫ ଜଣ ସୁସ୍ଥ ହୋଇଥିବା ବେଳେ ୧୬ ହଜାର ୫୧୨ ଜଣ ଚିକିତ୍ସିତ ହେଉଛନ୍ତି।

Leave A Reply

Your email address will not be published.