ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 66

ଭୁବନେଶ୍ବର ୨୮।୧୦: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୨ ମୃତକଙ୍କ ମଧ୍ୟରୁ ଝାରସୁଗୁଡା, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଗଞ୍ଜାମ, ନବରଙ୍ଗପୁର, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୫୪୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୦୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୮୧୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୮୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୪୨୨୧୬୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.