ରାଜ୍ୟ ସରକାରଙ୍କ ଅନଲକ୍-୬ର ଗାଇଡଲାଇନ୍

0 75

ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍

ଭୁବନେଶ୍ବର: ରାଜ୍ୟ ସରକାର ନଭେମ୍ବର ମାସ ଲାଗି ଆଜି ଗାଇଡଲାଇନ୍ ବା ମାର୍ଗଦର୍ଶିକା ଜାରି କରିଛନ୍ତି। ଅନଲକ୍ ୬ର ଗାଇଡଲାଇନ୍ ଅନୁଯାୟୀ ନଭେମ୍ବର ୧୬ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ୍ ଖୋଲିବ। କେବଳ ନବମରୁ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିଦ୍ୟାଳୟକୁ ଆସିବେ। ଏହାଛଡ଼ା ରାଜ୍ୟର ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ନଭେମ୍ବର ୩୦ ଯାଏଁ ବନ୍ଦ ରହିବ।

ତେବେ ନଭେମ୍ବର ୧୫ ଯାଏଁ ସବୁ ସିନେମା ହଲ୍ ଓ ସୁଇମିଂପୁଲ୍ ବନ୍ଦ ରହିବ। ଏଣେ ବିବାହ ଉତ୍ସବରେ ସର୍ବାଧିକ ୨୦୦ଜଣ ଏବଂ ଅନ୍ତିମ ସଂସ୍କାରରେ ୫୦ଜଣ ଯୋଗ ଦେଇପାରିବେ ବୋଲି ଅନଲକ୍ ୬ର ଗାଇଡଲାଇନରେ କୁହାଯାଇଛି। ଗାଇଡ୍‌ଲାଇନ୍‌ ଅନୁସାରେ ସରକାର ପୂର୍ବବତ୍‌ କଣ୍ଟେନମେଣ୍ଟ ଜୋନ୍‌ଗୁଡ଼ିକରେ ଲକଡାଉନ୍ ବଳବତ୍ତର ରଖିଛନ୍ତି । କୋଭିଡ୍‌-୧୯ ସଂକ୍ରମଣକୁ ରୋକିବା ଲକ୍ଷ୍ୟରେ କଣ୍ଟେନମେଣ୍ଟ ଜୋନରେ ସମସ୍ତ ପ୍ରକାରର ଗତିବିଧି ଉପରେ ନିଷେଧାଦେଶକୁ ବଳବତ୍ତର ରଖିଛନ୍ତି ରାଜ୍ୟ ସରକାର। କଣ୍ଟେନମେଣ୍ଟ ଜୋନ୍‌ରେ ଏହି ନିଷେଧାଦେଶ ଆସନ୍ତା ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ଏବଂ କୋଭିଡ୍‌-୧୯ ସଂକ୍ରମଣ ଶୃଙ୍ଖଳାକୁ ଫଳପ୍ରଦ ଭାବରେ ଭାଙ୍ଗିବା ଉଦ୍ଦେଶ୍ୟରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସମସ୍ତ ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ପାଳନ କରାଯିବ। କେବଳ ମାତ୍ର ଜରୁରୀ କାର୍ଯ୍ୟକଳାପ ପାଇଁ ଅନୁମତି ମିଳିବ। କୋଭିଡ୍‌-୧୯ ସଂକ୍ରମଣର ସ୍ଥିତିକୁ ଦେଖି ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ କଣ୍ଟେନମେଣ୍ଟ ଜୋନ୍‌ଗୁଡ଼ିକୁ ଚିହ୍ନଟ କରିବେ।

Leave A Reply

Your email address will not be published.