ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 69

ଭୁବନେଶ୍ବର ୩।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୨୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୪୪୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୯୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୯୦୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୫୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୬୮୭୨୭୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.