୨୪ ଘଣ୍ଟା ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ

0 73

ଭୁବନେଶ୍ବର : ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୨ ମୃତକଙ୍କ ମଧ୍ୟରୁ ମାଲକାନଗିରି, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଝାରସୁଗୁଡା, କେନ୍ଦୁଝର ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୫୮୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୯୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୦୫୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୬୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୭୩୬୨୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.