ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 49

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୩ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ ଏବଂ କେନ୍ଦୁଝରରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୫୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୯୬୮୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୦୨୭୯୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.