ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 71

ଭୁବନେଶ୍ବର ୧୨।୧୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୫୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୯୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୨୪୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୮୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୧୨୨୯୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.