ରାଜ୍ୟରେ କରୋନା ସଂକ୍ରମିତରେ ଆଉ ୧୨ ଜଣଙ୍କର ମୃତ୍ୟୁ

0 76

ଭୁବନେଶ୍ବର ୧୩।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୦୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୭୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୩୭୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୧୭୧୧୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.