ସିଂହଦ୍ୱାର ସମ୍ମୁଖରେ ଜଳିବନି କାଉଁରିଆ କାଠି

ପୁରୀ : ଏ ବର୍ଷ ପୁରୀ ସିଂହଦ୍ୱାର ସମ୍ମୁଖରେ କାଉଁରିଆ କାଠି ଜଳାଯିବନି। ମାତ୍ର ପୂର୍ବଭଳି ଲୋକେ ପୟାଶ୍ରାଦ୍ଧ ପାଳନ କରିବେ। ଜିଲା ପ୍ରଶାସନ ପକ୍ଷରୁ ଏପରି କଟକଣା ଜାରି କରାଯାଇଛି। ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,ଧୂଆଁ ଯୋଗୁଁ ପ୍ରଦୂଷଣ ଓ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏପରି କଟକଣା ଜାରି କରାଯାଇଛି । ଶ୍ରଦ୍ଧାଳୁମାନେ କେବଳ ପୟାଶ୍ରାଦ୍ଧ କର୍ମ କରି ଫେରିଯିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ପ୍ରତିବର୍ଷ ଦୀପାବଳି ସନ୍ଧ୍ୟାରେ ଶ୍ରୀମନ୍ଦିର ଚାରିପଟେ ଶହ ଶହ ଶ୍ରଦ୍ଧାଳୁ ପୟାଶ୍ରାଦ୍ଧ କରି କାଉଁରିଆ କାଠି ଜଳାନ୍ତି। ମାତ୍ର ଚଳିତ ବର୍ଷ ପ୍ରଦୂଷଣ ରୋକିବାକୁ ଜିଲାପ୍ରଶାସନ ପକ୍ଷରୁ ଏଭଳି କଟକଣା ଜାରି ହୋଇଛି।

Leave a Reply

Your email address will not be published. Required fields are marked *