ରାଜ୍ୟରେ ୨୪ ଘଣ୍ଟାରେ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟ

0 71

ଭୁବନେଶ୍ବର ୧୬।୧୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୯୪୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୭୮୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୨୯୪୭୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.