ଅହମଦ ପଟେଲଙ୍କ ଅବସ୍ଥା ଗୁରୁତର, ଆଇସିୟୁରେ ଭର୍ତ୍ତି

0 66

ନୂଆଦିଲ୍ଲୀ, ୧୬ ।୧୧: କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ଅହମଦ ପଟେଲଙ୍କ ଅବସ୍ଥା ଗୁରୁତର ହୋଇଛି । ସେ କୋଭିଡ୍ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା । ଏହି କାରଣରୁ ତାଙ୍କୁ ମେଦାନ୍ତ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କ ଅବସ୍ଥା ସ୍ଥିର ରହିଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । କରୋନାରେ ଆକ୍ରାନ୍ତ ହୋଇ ୭୧ ବର୍ଷୀୟ ପଟେଲ ଫରିଦାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ ଶୁକ୍ରବାର ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ରବିବାର ରାତିରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁକୁ ନିଆଯାଇଛି । ପଟେଲଙ୍କ ପୁଅ ଫୈଜଲ ଟ୍ୱିଟ କରି କହିଛନ୍ତି, କିଛି ସପ୍ତାହ ତଳେ ଅହମଦ ପଟେଲ କରୋନାରେ ଆକ୍ରାନ୍ତ ହୋଇଥିଲେ । ଅଧିକ ଚିକିତ୍ସା ପାଇଁ ତାଙ୍କୁ ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସ୍ଥିର ରହିଛି ଓ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି । ଆମେ ସମସ୍ତେ ମିଳିତ ଭାବେ ତାଙ୍କ ଆଶୁ ଆରୋଗ୍ୟ କାମନା କରି ପ୍ରାର୍ଥନା କରିବା ।

Leave A Reply

Your email address will not be published.