ରାଜ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ

0 63

ଭୁବନେଶ୍ବର : ରାଜ୍ୟରେ ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୦୯୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଝଣ, ବରଗଡ଼ ଜିଲ୍ଲାରୁ ୨୬ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୬ ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲା ୬୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରି ୧୫ଜଣ, ଗଜପତି ଜିଲ୍ଲାରି ଜଣେ, ଗଞ୍ଜାମ ଜିଲ୍ଲାରୁ ୨୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲା ୨୨ଜଣ, କଳାହାଣ୍ଡି ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୯ଜଣ, କେନ୍ଦୁଝର ଜିଲ୍ଲାରି ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୨ଜଣ, କୋରାପୁଟ ଜିଲ୍ଲାରୁ ୧୫ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩୩ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୨ଜଣ, ଷ୍ଟେଟ ପୁଲ୍‌ରୁ ୨୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୯୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୮୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୦୪୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୩୭୬୩୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.