ବିଳମ୍ବରେ ହେବ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା

0 69
sharethis sharing button

ଭୁବନେଶ୍ବର : ବିଳମ୍ବ ହେବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା । ଏଥିପାଇଁ ସର୍ବନିମ୍ନ ୩ ମାସ ପାଠ ପଢ଼ା ହେବ, ପରେ ପରୀକ୍ଷା ବ୍ୟବସ୍ଥା କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସୂଚନାନୁସୁାରେ, ଚଳିତ ଶିକ୍ଷାବର୍ଷରେ  ହିଁ ହେବ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ।  ବିଳମ୍ବିତ ହୋଇପାରେ କିନ୍ତୁ ପରୀକ୍ଷା ହେବା ନେଇ ସୂଚନା ଦେଲେ ଏଥିପାଇଁ ସର୍ବନିମ୍ନ ୩ ମାସ ପାଠପଢ଼ା ହେବ,  ତା ପରେ ପରୀକ୍ଷା ଵ୍ୟଵସ୍ଥା କରାଯିବ । ଯଦି ସର୍ବ ଭାରତୀୟ ସ୍ତରରେ ପରୀକ୍ଷା ବନ୍ଦ ପାଇଁ ନିଷ୍ପତି ହୁଏ, ତାହା ହେଲେ ହୁଏତ ପରୀକ୍ଷା ବନ୍ଦ ହୋଇପାରେ । ରାଜ୍ୟ ସରକାର ନିଜଆଡୁ ପରୀକ୍ଷା ବନ୍ଦ କରିବେ ନାହିଁ, ଯଦି ପରୀକ୍ଷା ବନ୍ଦ କରାଯାଏ ତେବେ ରାଜ୍ୟର ଛାତ୍ରଛାତ୍ରୀ ଗୋଟେ ବର୍ଷ ପଛୁଆ ହୋଇଯିବେ । ଡିସେମ୍ବର ୩୧ ପରେ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ବ୍ୟବସ୍ଥା ଉପରେ ଆଲୋଚନା କରାଯିବା ନେଇ ମଧ୍ୟ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ । କରୋନା ଲାଗି ଚଳିତ ବର୍ଷ ପାଠପଢାରେ ନାନାପ୍ରକାରର ଅସୁବିଧାର ସମ୍ମୁଖୀନ ହେବାକୁ ଲାଗିଥିଲା । ଏପରି କି ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ସ୍କୁଲ ଖୋଲିବା ନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ । ରାଜ୍ୟରେ ସ୍କୁଲ ଖୋଲିବା ନେଇ ଡିସେମ୍ବର ୩୧ ପରେ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ ।ଏହାପରେ ଏତେ କମ୍‌ ସମୟରେ ଯୁକ୍ତ ୨ ଓ ମାଟ୍ରିକ ପରୀକ୍ଷା ହେବା ନେଇ ଅନିଶ୍ଚିତତା ଲାଗି ରହିଥିଲା । କିନ୍ତୁ ଏସବୁରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

Leave A Reply

Your email address will not be published.