ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 75

ଭୁବନେଶ୍ବର ୧୯।୧୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଛି । ୨୪ ଘଣ୍ଟାରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, କେନ୍ଦ୍ରାପଡା, ନୟାଗଡ, ରାୟଗଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୧୭୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୩୬୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୧୭୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୪୨୪୭୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.