ରାଜ୍ୟରେ ୭୭୮ କରୋନା ଆକ୍ରାନ୍ତ ଚିହ୍ନଟ

0 68

ଭୁବନେଶ୍ବର ୨୧।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୩୨୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬୧ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରେ ୪୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪ଜଣ, ଷ୍ଟେଟ ପୁଲ୍‌ରୁ ୧୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୩୩୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୭୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୩୮୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୫୧୮୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.