ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 70

ଭୁବନେଶ୍ବର ୨୩।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ବରଗଡ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୪୬୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୫୮୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୬୫୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୬୦୪୫୩୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.