ରାଜ୍ୟରେ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 58

ଭୁବନେଶ୍ବର ୨୫।୧୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଗଞ୍ଜାମ, ଢେଙ୍କାନାଳ, କଟକ, ଭଦ୍ରକ, ବରଗଡ ଏବଂ ଅନୁଗୋଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୭୩୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୮୫୮୬୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.