ରାଜ୍ୟରେ ୬୪୪ କରୋନା ସଂକ୍ରମିତ ଚିହ୍ନଟ

0 69

ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୬୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୪ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୬୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୭୩୨୫୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.