ଉତ୍କଳ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଦିବସ

0 75

ଭୁବନେଶ୍ବର : ଉତ୍କଳ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଦିବସ ଆଜି ପାଳିତ ହେବ। କୋଭିଡ କଟକଣା ମଧ୍ୟରେ ବିଶ୍ବବିଦ୍ୟାଳୟ ପକ୍ଷରୁ ଏହି ଦିବସକୁ ପାଳନ କରାଯିବ। ଏହାକୁ ଦୃଷ୍ଟିରେ ରଖି କ୍ୟାମ୍ପସ୍‌ ପରିସରକୁ ସଫେଇ କରାଯିବା ସହ ରଙ୍ଗବେରଙ୍ଗ ଆଲୋକମାଳାରେ ସଜାଯାଇଛି।
ଏହି ଅବସରରେ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଥିବା ନବନିର୍ମିତ ‘ଧର୍ମପଦ ଦୀକ୍ଷାନ୍ତ’ ପରିସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ବବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ପ୍ରାକ୍ତନ କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକ ଅତିଥି ଭାବେ ଯୋଗଦେବେ। କୁଳସଚିବ ଡ.ଅଭୟ କୁମାର ନାୟକ ଓ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ବସନ୍ତ ମଲ୍ଲିକଙ୍କ ସମେତ ଅନ୍ୟ ପଦାଧିକାରୀଙ୍କୁ ନେଇ ପ୍ରତିଷ୍ଠା ଦିବସ ଉପଲକ୍ଷେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି।

Leave A Reply

Your email address will not be published.