ରାଜ୍ୟରେ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 67

ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୪ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ, ଅନୁଗୋଳ ଜିଲ୍ଲାରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, ବାଲେଶ୍ବର ଜିଲ୍ଲାରୁ ୨ ଜଣ ଲେଖାଏଁ, ନୟାଗଡ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୮୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୭୭୭୫୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.