ରାଜ୍ୟରେ ଆଉ ୫ ଜଣଙ୍କର କରୋନା ମୃତ୍ୟୁ

ଭୁବନେଶ୍ବର ୩୦।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୬୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୧୨୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୩୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୯୦୪୫୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *