ରାଜ୍ୟରେ ଆଉ ୫ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ

0 76

ଭୁବନେଶ୍ବର ୧।୧୨: ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୯୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୨୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୨୦୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୪୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୯୪୦୯୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.