ରାଜ୍ୟରେ ୩୭୮ କରୋନା ସଂକ୍ରମିତ ଚିହ୍ନଟ

0 66

ଭୁବନେଶ୍ବର ୦୧।୧୨ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ୨୪ ଘଣ୍ଟା ମଧ୍ୟରେ ୩୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୯୧୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରେ ୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨୧ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୯୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୨୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୨୦୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୯୪୦୯୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.