ରାଜ୍ୟରେ ଆଉ ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 65

ଭୁବନେଶ୍ବର ୨।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୬ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମ ଜିଲ୍ଲାରୁ, ବାଲେଶ୍ବର, ଝାରସୁଗୁଡା, ଖୋର୍ଦ୍ଧା ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୯୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୨୭୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୫୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୯୭୭୯୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.