ରାଜ୍ୟରେ ଆଉ ୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୩।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୦୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୩୩୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୦୧୯୮୫୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *