ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ କରୋନା ସଂକ୍ରମିତ

0 47

ଭୁବନେଶ୍ବର ୪।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି, ମୟୁରଭଞ୍ଜ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୪୦୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୬୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୦୬୦୭୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.