ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

0 65

ଭୁବନେଶ୍ବର ୪।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ପୁରୀ, ଜଗତସିଂହପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୮୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୩୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୪୬୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୬୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୧୦୨୬୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.