ରାଜ୍ୟରେ ଆଉ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୫।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୫୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୫୮୪୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ସେହିପରି କରୋନାରେ ୧୭୭୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୧୮୦୯୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *