ରାଜ୍ୟରେ ଚିହ୍ନଟ ହେଲେ ୩୬୮ କରୋନା ସଂକ୍ରମିତ

0 59

ଭୁବନେଶ୍ବର ୦୭।୧୨: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୫୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରପ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୫୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୫୮୪୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୮୦୯୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.