ରାଜ୍ୟରେ ଚିହ୍ନଟ ହେଲେ ୩୪୯ କରୋନା ସଂକ୍ରମିତ

0 65

ଭୁବନେଶ୍ବର ୦୮।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୯୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଝଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪ଝଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ୩ଝଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦ଝଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୯୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୬୪୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୨୧୩୧୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.