ରାଜ୍ୟରେ ଆଉ ୩୮୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର ୧୧।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବା ବେଳେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୦୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୦ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୦୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୭୮୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୩୧୨୭୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *