ରାଜ୍ୟରେ ଆଉ ୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 69

ଭୁବନେଶ୍ବର ୧୭।୧୨: ରାଜ୍ୟରେ ୨୪ ଘଣ୍ଟାରେ ୫ ଜଣର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୧୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୨୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫୦୨୪୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.