ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 60

ଭୁବନେଶ୍ବର ୧୮।୧୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ ମୃତକଙ୍କ ମଧ୍ୟରୁ ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୫୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୫୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫୩୬୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.