ରାଜ୍ୟରେ ଆଉ ୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୧୯।୧୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୫୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ ଜଗତସିଂହପୁର, ପୁରୀ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୮୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୯୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୩୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫୬୯୨୭୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *