ରାଜ୍ୟରେ ଆଉ ୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 75

ଭୁବନେଶ୍ବର ୨୧।୧୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୧୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୩୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୬୩୫୯୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.