ରାଜ୍ୟରେ ଆଉ ୩୬୪ କରୋନା ସଂକ୍ରମିତ ଚିହ୍ନଟ

0 66

ଭୁବନେଶ୍ବର ୨୩।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୨୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୭୨୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୨୩୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୭୦୦୫୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.