ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

0 74

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତଙ୍କୁ ସୋମବାର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ସ୍ଥାନାନ୍ତର କରାଯାଇଛି । ଛାତିରେ ସଂକ୍ରମଣ କାରଣରୁ ରବିବାର ମୁଖ୍ୟମନ୍ତ୍ରୀ ରାୱତଙ୍କୁ ଦିଲ୍ଲୀ ଅଣାଯାଇଥିଲା । ତେବେ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ଆଜି ତାଙ୍କୁ ଆଜି ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଏମ୍ସରେ ସେ ଡାକ୍ତରଙ୍କ ଅବଜରଭେସନରେ ରହିବେ । ଏହା ପୂର୍ବରୁ ଡିସେମ୍ୱର ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ରାୱତ କରୋନାରେ ଆକ୍ରାନ୍ତ ହୋଇଥିଲେ । ଯାହା ପରଠାରୁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସପ୍ତାହକ ତଳେ ଡାକ୍ତର ତାଙ୍କୁ ହୋମ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଥିଲେ । କିନ୍ତୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନଥିଲା, ଯେଉଁକାରଣରୁ ତାଙ୍କୁ ପୁଣିଥରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ରାୱତଙ୍କ ବ୍ୟତୀତ ତାଙ୍କ ପତ୍ନୀ ଓ ଝିଅ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ ।

Leave A Reply

Your email address will not be published.