ରାଜ୍ୟରେ କରୋନାରେ ଆଉ ୪ ମୃତ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 72

ଭୁବନେଶ୍ବର,୨୯ / ୧୨: ରାଜ୍ୟରେ କରୋନା ସଂକ୍ରମଣ କମିଛି । ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ। ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୯ ହଜାର ୦୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ହଜାର ୬୮୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୪ ହଜାର ୩୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୬୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୮ ଲକ୍ଷ ୮୨ ହଜାର ୫୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.