ରାଜ୍ୟରେ ଆଉ ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 74

ଭୁବନେଶ୍ବର ୩୧।୧୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୫୧୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯୪୬୯୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.