ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସୁରେଶ ମହାପାତ୍ର

0 67

ଭୁବନେଶ୍ୱର,୦୧/୦୧: ଶୁକ୍ରବାର ବରିଷ୍ଠ ଆଇଏଏସ ଅଧିକାରୀ ସୁରେଶ ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ଅସିତ ତ୍ରିପାଠୀଙ୍କ ଅବସର ପରେ ସୁରେଶ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ । ତେବେ ଅସିତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଭାବେ ଦାୟିତ୍ୱ ତୁଲାଇବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ମଧ୍ୟ ଅସିତ୍‌ ଦାୟିତ୍ୱ ତୁଲାଇବେ। ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି, ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିବେ । ଏତତ୍ ବ୍ୟତୀତ ଆଇଏଏସ ପ୍ରଦୀପ ଜେନା ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.