ରାଜ୍ୟରେ ଆଉ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 69

ଭୁବନେଶ୍ବର ୨।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଏବଂ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୫୭୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୦୦୦୮୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.