ରାଜ୍ୟରେ ଆଉ ୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 70

ଭୁବନେଶ୍ବର, ୦୩।୦୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବଲାଙ୍ଗୀର , ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୫୯୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୧୨୮୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.