୨୪ଘଣ୍ଟାରେ କେହି ବି କୋଭିଡ୍ ଆକ୍ରାନ୍ତ ପ୍ରାଣ ହରାଇନାହାନ୍ତି

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 79

ଭୁବନେଶ୍ବର ୬।୧: କୋଭିଡ୍ ମୁକାବିଲାରେ ରାଜ୍ୟ ସରକାରଙ୍କୁ ଆଉ ଏକ ସଫଳତା । ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କେହି ହେଲେ ବି କରୋନା ସଂକ୍ରମିତ ପ୍ରାଣ ହରାଇନାହାନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭ରେ ସ୍ଥିର ରହିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଟ୍ବିଟ୍‌ରେ ଉଲ୍ଲେଖ ରହିଛି ଯେ, ‘ଖୁସି ଖବର, ଦୀର୍ଘ ୬ମାସ ପରେ ପ୍ରଥମ ଥର ଜାନୁଆରୀ ୫ ତାରିଖରେ ରାଜ୍ୟରେ କେହି ହେଲେ ବି କରୋନା ସଂକ୍ରମିତ ପ୍ରାଣ ହରାଇନାହାନ୍ତି । କୋଭିଡ୍ ଯୋଦ୍ଧାଙ୍କ ଅକ୍ଲାନ୍ତ ପରିଶ୍ରମ ଓ ନିଷ୍ଠାପରସେବା ଦ୍ବାରା ଏହା ସମ୍ଭବ ହୋଇପାରିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୭୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୦୬୫୦୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.