ରାଜ୍ୟରେ ଆଉ ୨୨୫ କୋଭିଡ୍ ସଂକ୍ରମିତ ଚିହ୍ନଟ

A doctor wearing a protective gear takes a swab from a woman to test for coronavirus disease (COVID-19), in Dharavi, one of Asia's largest slums, in Mumbai, India, April 9, 2020. REUTERS/Francis Mascarenhas
0 72

ଭୁବନେଶ୍ବର ୧୨।୦୧: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୩୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୩୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୨୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୨୯୯୪୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.