ଅପର ଇନ୍ଦ୍ରାବତୀ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

0 74

କଳାହାଣ୍ଡି: କଳାହାଣ୍ଡି ଜୟପାଟଣା ବ୍ଲକ୍‌ ମଙ୍ଗଳପୁରରେ ଅପର ଇନ୍ଦ୍ରାବତୀ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସାଧାରଣ ସଭାରେ ଯୋଗଦେଇ ମେଗା ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ କରୋନା ପରେ ପ୍ରଥମ ଥର ପାଇଁ ସାଧାରଣ ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ଭିତରେ ଦୀର୍ଘ ୯ମାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିଛନ୍ତି। ୭୫୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ଏହି ବହୁ ପ୍ରତିକ୍ଷିତ ମେଗା ଜଳସେଚନ ପ୍ରକଳ୍ପ। ଏହି ପ୍ରକଳ୍ପ ଦ୍ୱାରା କୋକସରା, ଧର୍ମଗଡ଼ ଓ ଜୟପାଟଣା ବ୍ଲକର ୮୭ଟି ଗାଁର ଚାଷୀ ଓ ସାଧାରଣ ଲୋକେ ଉପକୃତ ହେବେ। ଏଥିପାଇଁ ଜୟପାଟଣା ବ୍ଲକ ମଙ୍ଗଳପୁରରେ ହୋଇଛି ଭବ୍ୟ ଆୟୋଜନ। ମୁଖ୍ୟମନ୍ତ୍ରୀ, ଦଳୀୟ ବିଧାୟକ ଓ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀଙ୍କ ପାଇଁ ନିର୍ମାଣ କରାଯାଇଛି ୩ଟି ଷ୍ଟେଜ୍ । RTPCR ଟେଷ୍ଟରେ ନେଗେଟିଭ୍ ରିପୋର୍ଟ ଥିବା ବ୍ୟକ୍ତି ହିଁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇପାରିବା ନେଇ ଏସଓପି ଜାରି କରାଯାଇଥିଲା। ତେବେ ମୁଖ୍ୟମନ୍ତ୍ରୀ ଗସ୍ତକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave A Reply

Your email address will not be published.