ପୁଣି୧୩ କୋଟିରୁ ଉଦ୍ଧ୍ୱର୍ ଟଙ୍କାର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଗଲା

0 71

ପାରଳାଖେମୁଣ୍ଡି,୧୪ା୦୧: ଗଜପତି ଜିଲ୍ଲା ଗଞ୍ଜେଇ ଚୋରା କାରବାରର ଅମରାବତୀ ପାଲଟିଛି । ପୁଣି ବେଆଇନ ଭାବେ ଚାଷ କରାଯାଇଥିବା ୧୩ କୋଟିରୁ ଉଦ୍ଧ୍ୱର୍ ଟଙ୍କାର ଚୋରା ଗଞ୍ଜେଇ ଗଛକୁ ପୋଡି ଦିଆଯାଇଛି । ଘଟଣାରୁ ପ୍ରକାଶ,ଗଜପତି ଜିଲ୍ଲାପାଳ ଅନୁପମ ସାହା,ଏସପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ,ଅବକାରୀ,ବନ ଓ ରାଜସ୍ୱ ବିଭାଗର ମିଳିତ ଚଢାଉରେ ଗତକାଲି ପୁଣି ଏହି ଜିଲ୍ଲାର ଏକ ଦୁର୍ଗମ ଅଞ୍ଚଳରୁ ୧୩ କୋଟିରୁ ଉଦ୍ଧ୍ୱର୍ ଟଙ୍କାର ଗଞ୍ଜେଇ ଗଛକୁ ପୋଡାଯାଇଛି । ଏକ ସୂଚନାକୁ ଭିତ୍ତି କରି ମୋହନା ଥାନାଧିକାରୀ ସୁଜିତ କୁମାର ନାୟକଙ୍କ ନେତୃତ୍ୱରେ ପୋଲିସ, ଅବକାରୀ,ବନ ଓ ରାଜସ୍ୱ ବିଭାଗ କର୍ମଚାରୀମାନେ ଚଢାଉ କରି ମୋହନା ବ୍ଲକର ଢେପାଗୁଡା ପଞ୍ଚାୟତର ବ୍ରାହ୍ମଣପଲ୍ଲୀ ଗ୍ରାମ ନିକଟରେ ଥିବା ଜଙ୍ଗଲରେ ପ୍ରାୟ ୬୫ ଏକରରୁ ଉଦ୍ଧ୍ୱର୍ ଜମିରେ ବେଆଇନ ଭାବେ ଲଗାଯାଇଥିବା ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିଲା । ଯାହାର ଆନୁମାନିକ ବଜାର ମୁଲ୍ୟ ୧୩ କୋଟି ଟଙ୍କାରୁ ଉଦ୍ଧ୍ୱର୍ ହେବ ବୋଲି ଜଣାପଡିଛି । । ଏନେଇ ମୋହନା ଥାନାରେ ୧୩/୨୦ରେ ମକଦ୍ଦମା ରୁଜୁ ହୋଇଛି । ମୋହନା ସହକାରୀ ତହସିଲଦାର ଆଶୀଷ ପ୍ରଧାନ ଏହି ଚଢାଉରେ ମାଜିଷ୍ଟ୍ରେଟ ଭାବେ ଯୋଗ ଦେଇଥିଲେ । ଏହି ଚଢାଉରେ ଜଣେ ହେଲେ ଗିରଫ ହୋଇନଥିବା ସୂଚନା ମିଳିଛି ।

Leave A Reply

Your email address will not be published.