ରାଜ୍ୟରେ ଆଉ ୧୫୭ କୋଭିଡ୍ ସଂକ୍ରମିତ ଚିହ୍ନଟ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 70

ଭୁବନେଶ୍ବର ୨୦।୦୧: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍‌ ପୁଲ୍‌ ୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୭୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୦୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୪୫୨୦୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.