ସାଲେପୁର ୨୦।୧: ସାଲେପୁରରେ ପୁଣି ନାବାଳିକାଙ୍କୁ ଗଣଦୁଷ୍କର୍ମ । ପରିବାର ପକ୍ଷରୁ ଥାନାରେ ଲିଖିତ ଏତଲା ଦିଆଯାଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ଥାନା ବଣହରା ଅଞ୍ଚଳରେ । ସୂଚନାଯୋଗ୍ୟ ଯେ, ବଣହରା ଅଞ୍ଚଳର ୧୩ ବର୍ଷର ନାବାଳିକାଙ୍କୁ ଦୁଇ ଜଣ ଅଭିଯୁକ୍ତ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ପୀଡିତା ନାବାଳିକା ଜଣଙ୍କ ଘରେ ଏକୁଟିଆ ଥିବା ବେଳେ ପାଟିରେ କପଡା ଦେଇ ହାତଗୋଡ ବାନ୍ଧି ଦୁଷ୍କର୍ମ କରିଛନ୍ତି ଦୁର୍ବୃତ୍ତ । ପୀଡିତାର ମା’ ସାଲେପୁର ଥାନାରେ ଏନେଇ ଏକ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ସାଲେପୁର ପୋଲିସ ଦୁଇ ଜଣ ଅଭିଯୁକ୍ତକୁ ଆଣି ଥାନାରେ ଅଟକ ରଖିଛି । ତେବେ ଘଟଣା ସଂପର୍କରେ ପୋଲସର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ଲିଖିତ ଅଭିଯୋଗକୁ ଭିତ୍ତି କରି ସାଲେପୁର ପୋଲିସ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।